ଆମେରିକାର ପୂର୍ବତନ ବୈଦେଶିକ ସଚିବ ତଥା ନୋବେଲ ଶାନ୍ତି ପୁରସ୍କାର ବିଜେତା ହେନରୀ କିସିଞ୍ଜରଙ୍କ ନିଧନ । ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ହୋଇଥିବା ସୂଚନା ମିଳିଛି । ତେବେ କନେକ୍ଟିକଟର ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଥିବା କିସିଞ୍ଜର ଆସୋସିଏଟ୍ସ ଏନେଇ ସୂଚନା ଦେଇଛି ।ଆମେରିକାର ଦୁଇ ରାଷ୍ଟ୍ରପତିଙ୍କ ଶାସନ କାଳରେ ପାୱାରହାଉସର କୂଟନୀତିଜ୍ଞ ଭାବେ କାମ କରିଥିଲେ କିସିଞ୍ଜର । ରାଷ୍ଟ୍ରପତି ରିଚାର୍ଡ ନିକ୍ସନ୍ ଏବଂ ଜେରାଲ୍ଡ ଫୋର୍ଡଙ୍କ କାର୍ଯ୍ୟକାଳ ମଧ୍ୟରେ କିସିଞ୍ଜର ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ତଥା ବୈଦେଶିକ ସଚିବ ଭାବରେ କାର୍ଯ୍ୟ କରିଥିଲେ । ସେ ଚଳିତ ବର୍ଷ ୨୭ ମଇରେ ତାଙ୍କର ୧୦୦ତମ ଜନ୍ମଦିନ ପାଳନ କରିଥିଲେ । ୧୯୭୧ରେ ଭାରତ-ପାକିସ୍ଥାନ ଯୁଦ୍ଧ ସମୟରେ ତାଙ୍କର ଭୂମିକା ଅତ୍ୟନ୍ତ ବିବାଦୀୟ ଥିଲା । ୧୯୭୩ରେ ନୋବେଲ ଶାନ୍ତି ପୁରସ୍କାର ପାଇଥିଲେ କିସିଞ୍ଜର ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post