ଦୀର୍ଘ ୭ ମାସ ହେଲା ଯୁଦ୍ଧ ଯୋଗୁଁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଛି। ଏହାକୁ ନେଇ ବିଶ୍ବବାସୀ ଚିନ୍ତିତ ଥିବା ବେଳେ ଗତକାଲି ରାତିରେ ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରିସ୍ଥିତିକୁ ବିସ୍ଫୋରକ କରିଦେଇଛି। ସିରିଆରେ ଇରାନୀ ଦୂତାବାସ ଉପରେ ଇସ୍ରାଏଲୀ ଆକ୍ରମଣର ପ୍ରତିଶୋଧ ନେବାକୁ ଯାଇ ଗତରାତିରେ ଇସ୍ରାଏଲ ଉପରେ ପ୍ରଚଣ୍ଡ ଆକ୍ରମଣ କରିଛି। ଏହି ଆକ୍ରମଣରେ ୩୦୦ରୁ ଅଧିକ ଅସ୍ତ୍ରବାହକ ଡ୍ରୋନ୍ ଓ କ୍ଷେପଣାସ୍ତ୍ର ପ୍ରୟୋଗ କରାଯାଇଛି। ଆକ୍ରମଣ ୫ ଘଣ୍ଟା ଧରି ଚାଲିଥିଲା। ତେବେ ଆମେରିକା ସହାୟତାରେ ଇସ୍ରାଏଲ ଏହି ଆକ୍ରମଣକୁ ବିଫଳ କରିଦେଇଛି। ଇସ୍ରାଏଲ କହିଛି ଯେ ୯୯ ପ୍ରତିଶତ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ରକୁ ଆକାଶ ମାର୍ଗରେ ହିଁ ନଷ୍ଟ କରିଦିଆଯାଇଛି। ଏଥିରେ ଇସ୍ରାଏଲର କୌଣସି କ୍ଷତି ହୋଇନାହିଁ। ଅନ୍ୟପକ୍ଷରେ ଏହି ଆକ୍ରମଣକୁ ନେଇ ମଧ୍ୟପ୍ରାଚ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଇସ୍ରାଏଲ ଜବାବୀ କାର୍ଯ୍ୟାନୁ୍ଷ୍ଠାନ ସ୍ବରୂପ ଇରାନ ଉପରେ ଆକ୍ରମଣ କରିପାରେ ବୋଲି କୁହାଯାଉଛି। ଇସ୍ରାଏଲ ଆକ୍ରମଣ କଲେ ପରିସ୍ଥିତି ଅସମ୍ଭାଳ ହୋଇପଡ଼ିବ ବୋଲି କୁହାଯାଉଛି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post