ଇସ୍ରାଏଲ-ହମାସ ଘମାଘୋଟ ଲଢେଇ ଆଜିକୁ ୧୦ ଦିନ ବିତିଲାଣି । ସମାଧାନର ନା ନାଉନଥିବା ବେଳେ ଇସ୍ରାଏଲ ଯିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଆସନ୍ତାକାଲି ବାଇଡେନ୍ ତେଲଅବିବ ଗସ୍ତ କରିବେ । ଇସ୍ରାଏଲ ସହ ଆମେରିକାର ଏକତାକୁ ନିଶ୍ଚିତ କରିବାକୁ ରାଷ୍ଟ୍ରପତି ବାଇଡେନ ତେଲ ଅଭିବ ଗସ୍ତ କରିବେ । ପୂର୍ବରୁ ଫୋନ୍ ଯୋଗେ ବାଇଡେନ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ ସେଠିକାର ସ୍ଥିତି ବିଷୟରେ ଆଲୋଚନା କରିଛନ୍ତି । ଗାଜା ଉପରେ ଆକ୍ରମଣ କରିବା ଭୁଲ ହେବ ବୋଲି ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି ବାଇଡେନ୍ ।ବୈଦେଶିକ ମନ୍ତ୍ରୀ ଆଣ୍ଟୋନୀ ବ୍ଲିଙ୍କେନ ଏନେଇ ସୂଚନା ଦେଇଛନ୍ତି । ଇସ୍ରାଏଲ-ହମାସ ଯୁଦ୍ଧ ଭିତରେ ଗାଜାରେ ଭୟଙ୍କର ପରିସ୍ଥିତି ଦେଖିବାକୁ ମିଳିଛି । ଧ୍ୱଂସ ସ୍ତୁପରେ ପରିଣତ ହୋଇଛି ଗାଜା ସହର । ହଜାର ହଜାର ସଂଖ୍ୟାରେ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ ହୋଇଛି । ଏବେ ଇସ୍ରାଏଲ ସେନାର ଚେତାବନୀ ଭିତରେ ଉତର ଗାଜା ଛାଡି ଦକ୍ଷିଣ ଗାଜାକୁ ଚାଲିଯିବାକୁ ବାଧ୍ୟ ହେଉଛନ୍ତି ଲୋକେ । ଅତିଆବଶ୍ୟକୀୟ ସାମଗ୍ରୀ ଧରି ପିଲାଛୁଆଙ୍କୁ ଧରି ପଳାଉଛନ୍ତି । ଉତର ଗାଜାରେ ଥିବା ଏବେ ବିଭିନ୍ନ ସ୍ଥାନରେ ଇସ୍ରାଏଲ ସେନା ସ୍ଥଳ ଅଭିଯାନ କରିବାକୁ ଯାଉଛି । ଫଳରେ ଦକ୍ଷିଣ ଇସ୍ରାଏଲ ଖାନ୍ ୟୁନିସ୍ ଓ ରଫାହ ଆଦି ସ୍ଥାନକୁ ଜୀବନ ବିକଳରେ ଚାଲିଯାଉଛନ୍ତି ଲୋକେ । ସେପଟେ ହମାସ ଇସ୍ରାଏଲ ଡିଫେନ୍ସ ଫୋର୍ସ ବା ଆଇଡିଏଫ୍ ସହ ଆହୁରି ଅଧିକ ଶକ୍ତି ସହ ମୁକାବିଲା କରିବାକୁ ଘୋଷଣା କରିଛି ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post