ଖଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟା ମାମଲାରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିକଟରେ ଦେଇଥିବା ବିବୃତ୍ତି ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ନେଇ ତିକ୍ତତା ସୃଷ୍ଟି କରିଛି। ଭାରତ ଯାଉଥିବା ଯାତ୍ରୀମାନଙ୍କ ପାଇଁ କାନାଡା ଏକ ଟ୍ରାଭେଲ୍ ଆଡଭାଇଜରି ଜାରି କରିବା ପରେ ଖଲିସ୍ତାନ ସମର୍ଥକଙ୍କ ବିପଦକୁ ଦୃଷ୍ଟିରେ ରଖି ଭାରତ ମଧ୍ୟ ନାଗରିକଙ୍କ ପାଇଁ ଏକ ଆଡଭାଇଜରି ଜାରି କରିଛି। ଗୁରୁବାର କାନାଡାରେ ଭାରତ ପାଇଁ ଭିଜା ସେବା କିଛି ଦିନ ପାଇଁ ସ୍ଥଗିତ ରଖାଯାଇଛି। ବିଏଲଏସ ଇଣ୍ଟରନ୍ୟାଶନାଲ ଦ୍ୱାରା ଜାରି କରାଯାଇଥିବା ଆଡଭାଇଜରିରେ କୁହାଯାଇଛି ଯେ, କାନାଡାରେ ଭାରତୀୟ ଭିଜା ସେବା ୨୧ ସେପ୍ଟେମ୍ବର ୨୦୨୩ ଠାରୁ ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହା କାର୍ଯ୍ୟକାରୀ ହେବ।ଚଳିତ ବର୍ଷ ଜୁନ ମାସରେ କାନାଡାର ଜଣେ ଖଲିସ୍ତାନୀ ନେତା ହାର୍ଦ୍ଦିକ ସିଂ ନିଜାରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କାନାଡାର ସରେର ଗୁରୁ ନାନକ ଶିଖ ଗୁରୁଦ୍ୱାର ନିକଟରେ ନିଜାରଙ୍କୁ ଦୁଇଜଣ ଅଜ୍ଞାତ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ଷଡଯନ୍ତ୍ର କରିଥାଇ ପାରନ୍ତି ବୋଲି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
Prev Post
Next Post