ଗାଜାରେ ଦୁଇ ବର୍ଷ ଧରି ଚାଲିଥିବା ଘମାଘୋଟ ଯୁଦ୍ଧରେ ହୋଇଛି ଶେଷ । ଏନେଇ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଗାଜାରେ ଦୁଇ ବର୍ଷ ଧରି ଚାଲିଥିବା ଘମାଘୋଟ ଯୁଦ୍ଧରେ ହୋଇଛି ଶେଷ ଆଜି ଶାନ୍ତି ପ୍ରସ୍ତାବରେ ସ୍ବାକ୍ଷର କରିବେ ଇସ୍ରାଏଲ ଏବଂ ହମାସ। ଇଜିପ୍ଟର ଶାର୍ମ ଏଲ୍-ଶେଖରେ ଅନୁଷ୍ଠିତ ଶାନ୍ତି ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ଡୋନାଲ୍ଡ ଟ୍ରମ୍ପ ଓ ମିଶରର ରାଷ୍ଟ୍ରପତି ଅବଦେଲ ଫତାହ, ୨୦ରୁ ଉର୍ଦ୍ଧ୍ବ ବିଶ୍ବ ନେତା ଏହି ସମ୍ମିଳନୀରେ ସାମିଲ ହେବେ । ଭାରତର ପକ୍ଷରୁ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ ଉପସ୍ଥିତ ରହିବେ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ କଥା ହେବା ସହ ରାଷ୍ଟ୍ରପତି ଟ୍ରମ୍ପଙ୍କ ଗାଜା ଶାନ୍ତି ଯୋଜନାରେ ଅଗ୍ରଗତି ପାଇଁ ଅଭିନନ୍ଦନ ଜଣାଇଛନ୍ତି । ବନ୍ଧକଙ୍କ ମୁକ୍ତି ପାଇଁ ହୋଇଥିବା ବୁଝାମଣା ଏବଂ ଗାଜାର ଲୋକମାନଙ୍କ ପାଇଁ ମାନବୀୟ ସହାୟତା ବୃଦ୍ଧିକୁ ଶ୍ରୀ ମୋଦୀ ସ୍ୱାଗତ କରିଛନ୍ତ । ବିଶ୍ୱର କୌଣସି ସ୍ଥାନରେ କୌଣସି ବି ରୂପରେ ଆତଙ୍କବାଦ ଗ୍ରହଣୀୟ ନୁହେଁ ବୋଲି ସେ ଦୋହରାଇଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ