ମେଟ୍ରୋ ଓଡିଶା (୯.୪.୨୦୨୨ )
ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଏକ ବଡ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି।

ମିଳିଥିବା ସୂଚନାନୁଯାୟୀ, କୁଲଗାମର ସିରହାମା ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଅଭିଯାନ ଆରମ୍ଭ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଛି।
ଅନ୍ୟପକ୍ଷରେ ଲସ୍କର-ଇ-ତୋଏବା ଆତଙ୍କବାଦୀ ଅନନ୍ତନାଗରେ ଫସି ରହିଛନ୍ତି। ସତର୍କତାମୂଳକ ପଦକ୍ଷେପ ଭାବରେ ଅନନ୍ତନାଗର କିଛି ଅଞ୍ଚଳରେ ଇଣ୍ଟରନେଟ ସେବାକୁ ଅସ୍ଥାୟୀ ରୂପେ ବନ୍ଦ ରଖାଯାଇଛି ବୋଲି କାଶ୍ମୀର ପୁଲିସ ପକ୍ଷରୁ ସୂଚନା ମିଳିଛି।