ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମାଲୋଚକ ଆଲେକ୍ସି ନାଭାଲନୀଙ୍କ ମୃତ୍ୟୁ ପରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ପ୍ରତିକ୍ରିୟା ପ୍ରକାଶ କରି ଏଥିପାଇଁ ପୁଟିନଙ୍କୁ ଦାୟୀ କରିଛନ୍ତି। ପୁଟିନ୍ଙ୍କ ସମାଲୋଚକ ତଥା ବିରୋଧୀ ଦଳ ନେତା ଆଲେକ୍ସି ନାଭାଲନୀଙ୍କ ବିୟୋଗ ତାଙ୍କୁ ଆଶ୍ଚର୍ଯ୍ୟ କରିନାହିଁ ବରଂ କ୍ରୋଧରେ ଭରି ଦେଇଛି ବୋଲି ଶୁକ୍ରବାର ଦିନ ଆମେରିକା ରାଷ୍ଟ୍ରପତି କହିଛନ୍ତି। ବାଇଡେନ ନାଭାଲନିଙ୍କ ବିଷୟରେ କହିଛନ୍ତି, “ସେ ଦୁର୍ନୀତି, ହିଂସା ଏବଂ ପୁଟିନ୍ ସରକାରଙ୍କ ସମସ୍ତ ଦୁର୍ନୀତି ବିରୋଧରେ ସାହସିକତାର ସହ ଠିଆ ହୋଇଥିଲେ। ନାଭାଲନୀଙ୍କ ମୃତ୍ୟୁ ପାଇଁ ପୁଟିନ୍ ଦାୟୀ।ଶୁକ୍ରବାର ଦିନ ଆଲେକ୍ସି ନାଭାଲନୀଙ୍କ ମୃତ୍ୟୁ ନେଇ ରୁଷଜେଲ ଅଧିକାରୀମାନେ ସୂଚନା ଦେଇଛନ୍ତି। ତାଙ୍କୁ ୪୭ ବର୍ଷ ହୋଇଥିଲା। ଇଣ୍ଟରନେଟରେ ରେ ଜାରି କରାଯାଇଥିବା ଏକ ବିବୃତିରେ କୁହାଯାଇଛି ଯେ ନଭାଲନୀ ଚାଲିବାର କିଛି ସମୟ ପରେ ଚେତାଶୂନ୍ୟ ହୋଇପଡ଼ିଥିଲେ ଏବଂ ତାଙ୍କର ମୃତ୍ୟୁ ଘଟିଥିଲା। ଡାକ୍ତରମାନେ ନାଭାଲନିଙ୍କ ପାଖକୁ ଦୌଡ଼ି ଆସିଥିଲେ ମଧ୍ୟ ତାଙ୍କୁ ଉଦ୍ଧାର କରିବା ପାଇଁ ସମସ୍ତ ପ୍ରୟାସ ବିଫଳ ହୋଇଥିଲା। ଗଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।
Trending
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
- ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
- ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
Prev Post
Next Post