ଦୀର୍ଘ ୪୫ ବର୍ଷ ମଧ୍ୟରେ ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ପୋଲାଣ୍ଡ ଗସ୍ତ କରିଛନ୍ତି। ଆଜି ସନ୍ଧ୍ୟାରେ ମୋଦୀ ପୋଲାଣ୍ଡ ରାଜଧାନୀ ୱାରସାରେ ପହଞ୍ଚିବାପରେ ତାଙ୍କୁ ପୋଲାଣ୍ଡର ଉପବିଦେଶ ମନ୍ତ୍ରୀ ଭବ୍ୟ ସ୍ବାଗତ କରି ପାଛୋଟି ନେଇଥିଲେ। ଭାରତୀୟ ବଂଶୋଦ୍ଭବ ସଦସ୍ୟ ମଧ୍ୟ ମୋଦୀଙ୍କ ହାତରେ ରାକ୍ଷୀ ବାନ୍ଧି ତାଙ୍କୁ ସ୍ବାଗତ କରିଥିଲେ। ପୋଲାଣ୍ଡ ଗସ୍ତ ଅବସରରେ ମୋଦୀ ପୋଲାଣ୍ଡର ରାଷ୍ଟ୍ରପତି ଏଣ୍ଡ୍ରେଜ୍ ସେବାସ୍ତିଆନ ଡୁଡ଼ା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କ ସହ ଦ୍ବିପାକ୍ଷିକ କଥାବାର୍ତ୍ତା କରିବେ। ୱାରସାରେ ମୋଦୀ ସ୍ମାରକ ସ୍ଥଳ ବୁଲିବେ ଏବଂ ଭାରତୀୟ ବଂଶୋଦ୍ଭବଙ୍କୁ ଉଦ୍ବୋଧନ ଦେବା କାର୍ଯ୍ୟକ୍ରମ ରହିଛି। ପ୍ରାୟ ୨୫ ହଜାର ଭାରତୀୟ ବଂଶୋଦ୍ଭବଙ୍କୁ ମୋଦୀ ସମ୍ବୋଧିତ କରିବେ। ଆଜି ମୋଦୀଙ୍କ ରହିବା ପାଇଁ ବ୍ୟବସ୍ଥା ହୋଇଥିବା ହୋଟେଲରେ ସେ ପହଞ୍ଚିବାପରେ ସେଠାରେ ତାଙ୍କୁ ଭାରତୀୟ ବଂଶୋଦ୍ଭବମାନେ ଜୋରଦାର ସ୍ବାଗତ କରିଥିଲେ। ମୋଦୀ ପୋଲାଣ୍ଡର ସଂସ୍କୃତି ଏବଂ ଚଳଣିକୁ ବୁଝିବାପାଇଁ ପୋଲାଣ୍ଡ ନାଗିରକଙ୍କ ସହ ମଧ୍ୟ କଥା ହେବେ। ଆସନ୍ତାକାଲି ରାତିରେ ମୋଦୀ ୟୁକ୍ରେନ ଗସ୍ତରେ ବାହାରିବେ। ୨୩ ତାରିଖରେ ମୋଦୀ ୟୁକ୍ରେନ ରାଜଧାନୀ କିବ୍ରେ ପହଞ୍ଚିବେ। କିବ୍ରେ ମୋଦୀ ପାଖାପାଖି ୭ ଘଣ୍ଟା ରହିବା କାର୍ଯ୍ୟକ୍ରମ ରହିଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post