ଉତ୍ତର-ପଶ୍ଚିମ କଙ୍ଗୋରେ ପ୍ରବଳ ବାଦଲ ପଟା ବର୍ଷା ଯୋଗୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାରୀମାନେ କହିଛନ୍ତି ବର୍ଷା ଯୋଗୁ ଭୂସ୍ଖଳନ ହୋଇଛି।ଅନେକ ଘର ଭୁଶୁଡି ପଡିଛି ଏବଂ କିଛି ଲୋକ ଆବର୍ଜନା ତଳେ ଦବି ରହିଥିବାର ଆଶଙ୍କା ରହିଛି। ବର୍ତ୍ତମାନ ଉଦ୍ଧାରକାରୀ ଦଳ ସର୍ଚ୍ଚ ଅପରେଶନ କରୁଛନ୍ତି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସେ କହିଛନ୍ତି।ଅଧିକାରୀଙ୍କ ଅନୁଯାୟୀ ଏହି ଘଟଣା ମୋଙ୍ଗଲା ପ୍ରଦେଶର ଲିସଲେ ସହରର କଙ୍ଗୋ ନଦୀ କୂଳରେ ଘଟିଛି। ମୃତକମାନେ ପର୍ବତ ପାଦଦେଶରେ ନିର୍ମିତ ଘରେ ରହୁଥିଲେ। ପ୍ରବଳ ବର୍ଷା ଯୋଗୁଁ ଅନେକ କ୍ଷୟକ୍ଷତି ହୋଇଛି। ବର୍ଜ୍ୟବସ୍ତୁ ସଫା କରିବା ଏବଂ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯନ୍ତ୍ରପାତିର ଆବଶ୍ୟକତା ରହିଛି ବୋଲି ପ୍ରଦେଶର ରାଜ୍ୟପାଳ କହିଛନ୍ତି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post