ଇସଲାମାବାଦ: ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ)ର ସରକାର ମୁଖ୍ୟମାନଙ୍କ ପରିଷଦ (ସିଏଚ୍ଜି)ର ୨୩ତମ ବୈଠକ ଆଜିଠାରୁ ଆରମ୍ଭ ହୋଇଛି। ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଏହି ବୈଠକରେ ସାମିଲ ହେବାପାଇଁ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଇସଲାମାବାଦ ପହଞ୍ଚିବା ପରେ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନୁଷ୍ଠିତ ହେଉଛି। ସୁରକ୍ଷା ଦୃଷ୍ଟିରୁ ଉଭୟ ଇସଲାମାବାଦ ଓ ଏହାର ପଡ଼ୋଶୀ ସହର ରାୱଲପିଣ୍ଡିର ପ୍ରମୁଖ ମାର୍ଗ ଓ ବ୍ୟବସାୟ କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। କଶ୍ମୀର ପ୍ରସଙ୍ଗ ଓ ସୀମାପାର ଆତଙ୍କବାଦକୁ ନେଇ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ରହିଥିବା ବେଳେ ପାଖାପାଖି ୯ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କୌଣସି ଭାରତୀୟ ବୈଦେଶିକ ମନ୍ତ୍ରୀ ପାକିସ୍ତାନ ଗସ୍ତରେ ଆସିଛନ୍ତି।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ