ବ୍ରାଜିଲରେ ତାଣ୍ଡବ ରଚିଲା ପ୍ରକୃତି

ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ୫୬ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଏଥିସହ ଏକ ହଜାରରୁ ଅଧିକ ଲୋକ ନିଜର ବାସଗୃହ ହରାଇଛନ୍ତି ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଏବଂ ଲୋକଙ୍କ ପାଖରେ ରିଲିଫ ପହଞ୍ଚାଇବା କାମ ଜାରି ରହିଛି । ଜଳବନ୍ଦୀ ଅବସ୍ଥାରେ ଥିବା ଘର, ରାସ୍ତାଘାଟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବନ୍ୟାରେ ଭାସିଆସିଥିବା କୁଢ କୁଢ ଅଳିଆ ଆବର୍ଜନା ଭିତରୁ ଦବି ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଉଛି ।