ବ୍ରାଜିଲର ଦକ୍ଷିଣ ରାଜ୍ୟ ରିଓ ଗ୍ରାଣ୍ଡେ ଡୋ ସୁଲରେ ଶୁକ୍ରବାର ରାତିରେ ପ୍ରବଳ ବର୍ଷା ଯୋଗୁଁ ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି ପାଇଥିବା ବେଳେ ୭୪ ଜଣ ନିଖୋଜ ଅଛନ୍ତି। ଅଧିକାରୀମାନେ ଏହାକୁ ଇତିହାସର ସବୁଠାରୁ ଭୟଙ୍କର ବିପର୍ଯ୍ୟୟ ବୋଲି କହୁଛନ୍ତି । ବ୍ରାଜିଲର ଦକ୍ଷିଣ ରାଜ୍ୟ ରିଓ ଗ୍ରାଣ୍ଡେ ଡୋ ସୁଲ ପ୍ରବଳ ବର୍ଷା ଓ ଭୂସ୍ଖଳନର ଭୟଙ୍କର ପ୍ରଭାବ ଦେଖିବାକୁ ମିଳୁଛି।ସୂଚନା ଅନୁସାରେ ଏବେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି ଏବଂ ଭୁଶୁଡ଼ି ପଡ଼ିଥିବା ଘର, ପୋଲ ଓ ରାସ୍ତାର ଭଗ୍ନାବଶେଷ ମଧ୍ୟରେ ଫସି ରହିଥିବା ଲୋକଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ମାନେ କଠିନ ପରିଶ୍ରମ କରୁଛନ୍ତି। ରାଜ୍ୟପାଳ ଏଡୁଆର୍ଡୋ ଲେଇଟ୍ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି। ଆମେ ଆମ ଇତିହାସର ସବୁଠାରୁ ଭୟଙ୍କର ବିପର୍ଯ୍ୟୟର ମୁକାବିଲା କରୁଛୁ। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି ବୋଲି ରାଜ୍ୟପାଳ ଦୁଃଖ ପ୍ରକାଶ କରିଛନ୍ତି।ବ୍ରାଜିଲ ରାଷ୍ଟ୍ରପତି ଲୁଇଜ୍ ଇନାସିଓ ଲୁଲା ଡା ସିଲଭା ଗୁରୁବାର ରାଜ୍ୟ ଗସ୍ତରେ ଆସି ସ୍ଥାନୀୟ ଅଧିକାରୀମାନଙ୍କୁ ଭେଟି ସମର୍ଥନ ଜଣାଇଛନ୍ତି। ଏହି ବର୍ଷା ରେ ପ୍ରଭାବିତ ଲୋକଙ୍କ ଆବଶ୍ୟକତାକୁ ପୂରଣ କରିବା ପାଇଁ ଆମ ସରକାର ଯଥାସମ୍ଭବ ଚେଷ୍ଟା କରିବେ ।
Trending
- କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
Prev Post
Next Post