ବ୍ରାଜିଲର ଦକ୍ଷିଣ ରାଜ୍ୟ ରିଓ ଗ୍ରାଣ୍ଡେ ଡୋ ସୁଲରେ ଶୁକ୍ରବାର ରାତିରେ ପ୍ରବଳ ବର୍ଷା ଯୋଗୁଁ ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି ପାଇଥିବା ବେଳେ ୭୪ ଜଣ ନିଖୋଜ ଅଛନ୍ତି। ଅଧିକାରୀମାନେ ଏହାକୁ ଇତିହାସର ସବୁଠାରୁ ଭୟଙ୍କର ବିପର୍ଯ୍ୟୟ ବୋଲି କହୁଛନ୍ତି । ବ୍ରାଜିଲର ଦକ୍ଷିଣ ରାଜ୍ୟ ରିଓ ଗ୍ରାଣ୍ଡେ ଡୋ ସୁଲ ପ୍ରବଳ ବର୍ଷା ଓ ଭୂସ୍ଖଳନର ଭୟଙ୍କର ପ୍ରଭାବ ଦେଖିବାକୁ ମିଳୁଛି।ସୂଚନା ଅନୁସାରେ ଏବେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି ଏବଂ ଭୁଶୁଡ଼ି ପଡ଼ିଥିବା ଘର, ପୋଲ ଓ ରାସ୍ତାର ଭଗ୍ନାବଶେଷ ମଧ୍ୟରେ ଫସି ରହିଥିବା ଲୋକଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ମାନେ କଠିନ ପରିଶ୍ରମ କରୁଛନ୍ତି। ରାଜ୍ୟପାଳ ଏଡୁଆର୍ଡୋ ଲେଇଟ୍ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି। ଆମେ ଆମ ଇତିହାସର ସବୁଠାରୁ ଭୟଙ୍କର ବିପର୍ଯ୍ୟୟର ମୁକାବିଲା କରୁଛୁ। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି ବୋଲି ରାଜ୍ୟପାଳ ଦୁଃଖ ପ୍ରକାଶ କରିଛନ୍ତି।ବ୍ରାଜିଲ ରାଷ୍ଟ୍ରପତି ଲୁଇଜ୍ ଇନାସିଓ ଲୁଲା ଡା ସିଲଭା ଗୁରୁବାର ରାଜ୍ୟ ଗସ୍ତରେ ଆସି ସ୍ଥାନୀୟ ଅଧିକାରୀମାନଙ୍କୁ ଭେଟି ସମର୍ଥନ ଜଣାଇଛନ୍ତି। ଏହି ବର୍ଷା ରେ ପ୍ରଭାବିତ ଲୋକଙ୍କ ଆବଶ୍ୟକତାକୁ ପୂରଣ କରିବା ପାଇଁ ଆମ ସରକାର ଯଥାସମ୍ଭବ ଚେଷ୍ଟା କରିବେ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post