ଲିବ୍ୟା ସମୁଦ୍ରରେ ବଡ ଦୁର୍ଘଟଣା । ମଝି ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କୁ ନେଇ ଆସୁଥିବା ଜାହାଜ । ଫଳରେ ଏହି ଦୁର୍ଘଟଣାରେ ୬୧ ଜଣ ଶରଣାର୍ଥୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାସ୍ଥଳରୁ ପ୍ରାୟ ୨୫ଜଣ ଲୋକଙ୍କୁ ଉଦ୍ଧାର କରାଯାଇ ଲିବ୍ୟାସ୍ଥିତ ଅଟକ କେନ୍ଦ୍ରକୁ ପଠାଯାଇଛି । ଉଦ୍ଧାର କରାଯାଇଥିବା ଲୋକମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ଖବର ମୁତାବକ, ଏହି ଜାହାଜରେ ୮୬ରୁ ଅଧିକ ଲୋକ ଥିଲେ । ଯେଉଁଥିରେ ମହିଳା ଓ ଶିଶୁ ମଧ୍ୟ ସାମିଲ ଥିଲେ । ତେବେ ଜାହାଜ ଦୁର୍ଘଟଣାଗ୍ରସ୍ତ ହେବାରୁ ମହିଳା ଓ ଶିଶୁଙ୍କ ସମେତ ୬୧ଜଣ ଶରଣାର୍ଥୀ ବୁଡି ମୃତ୍ୟୁବରଣ କରିଛନ୍ତି । ଜାହାଜ ଦୁର୍ଘଟଣାରେ ବୁଡ଼ିଯାଇଥିବା ଅଧିକାଂଶ ଲୋକମାନେ ନାଇଜେରିଆ, ଟାମ୍ବିଆ ଓ ଅନ୍ୟାନ୍ୟ ଆଫ୍ରିକୀୟ ଦେଶର ବାସିନ୍ଦା ବୋଲି ଆଇଓଏମ୍ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post