ଆଜିଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ବିଦେଶଗସ୍ତ କରିବେ । ପ୍ରଧାନମନ୍ତ୍ରୀ ୨୧-୨୨ ତାରିଖରେ ପୋଲାଣ୍ଡ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ୨୩ ତାରିଖରେ ସେ ୟୁକ୍ରେନର ରାଜଧାନୀ କିବ ଗସ୍ତ କରିବେ । କହିରଖୁ, ୪୫ ବର୍ଷ ପରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ପୋଲାଣ୍ଡ ଗସ୍ତରେ ଯାଉଛନ୍ତି । ଏହାପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇ ପୋଲାଣ୍ଡ ଗସ୍ତରେ ଯାଇଥିଲେ । ସେ ୧୯୭୯ ମସିହାରେ ଏହି ଦେଶ ଗସ୍ତ କରିଥିଲେ । ଏହାବାଦ ୟୁକ୍ରେନ ଇତିହାସରେ ମଧ୍ୟ ପ୍ରଥମଥର ପାଇଁ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ପ୍ରଥମଥର ପାଇଁ କିବ ଗସ୍ତ କରୁଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ଏହି ବିଦେଶ ଗସ୍ତ ଏମିତି ସମୟରେ ହେଉଛି ଯେଉଁ ସମୟରେ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି । ସମାପ୍ତ ହୋଇନି । ଫଳରେ ପ୍ରଧାନମନ୍ତ୍ରୀଙ୍କ ଉପରେ ସମସ୍ତଙ୍କ ନଜର ରହିଛି । ପ୍ରକାଶଥାଉ ଯେ, ଗତ ଜୁଲାଇ ମାସରେ ମୋଦୀ ଋଷ ଗସ୍ତ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟଙ୍କ ମଧ୍ୟରେ ବେଶ୍ ଉତ୍ସୁକତା ରହିଛି । ସେମାନେ ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଅପେକ୍ଷା କରି ରହିଛନ୍ତି । ସେଠାକାର ଜଣେ ପ୍ରଶଂସକ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମୋଦୀଙ୍କୁ ଅନୁରୋଧ କରି କହିଛନ୍ତି ଯେ, ଭାରତ ଓ ୟୁରୋପ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେଉ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post