ଗାଜା: ଗାଜାର ଅଲ-ଆହଲି ଆରବୀ ହସ୍ପିଟାଲ ଉପରେ ଆଜି ସନ୍ଧ୍ୟାରେ ଇସ୍ରାଏଲ ବୋମାମାଡ଼ କରିଛି। ଆକ୍ରମଣରେ ପ୍ରାୟ ୫ ଶହ ଲୋକଙ୍କ ମୃତ୍ୟୁ ହୋଇଛି ବୋଲି ଗାଜା ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଗାଜା ସହରର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ପ୍ରମୁଖ ହସ୍ପିଟାଲରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଥିଲା ଏବଂ ଏହା ଇସ୍ରାଏଲ ବାୟୁସେନାର ଆକ୍ରମଣ ଥିଲା ବୋଲି ହମାସ୍ ଦାବି କରିଛି। ଗାଜା ସ୍ବାସ୍ଥ୍ୟ ମନ୍ତ୍ରାଳୟ ପ୍ରବକ୍ତା ଅସରଫ୍ ଅଲ୍ କ୍ବାଦ୍ରା କହିଛନ୍ତି ଯେ ଆକ୍ରମଣର ୨ ଘଣ୍ଟା ଭିତରେ ମୃତ୍ୟୁ ସଂଖ୍ୟା ୫୦୦ ଛୁଇଁଛି। ତେବେ ଇସ୍ରାଏଲ ବାୟୁସେନା ପ୍ରବକ୍ତା ଡାନିଏଲ ହାଗାରି କହିଛନ୍ତି, ହସ୍ପିଟାଲ ଉପରେ ଆକ୍ରମଣ ଅଭିଯୋଗ ଉପରେ ଆମେ ଯାଞ୍ଚ କରୁଛୁ ଏବଂ ବିସ୍ଫୋରଣର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ