ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ
ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ପୁଣି ଘମାଘୋଟ ଚାଲିଛି । କିଛି ଦିନ ପରେ ପୁଣି ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ତେଜିଲା । ଦକ୍ଷିଣ ଗାଜାରେ ରକେଟ ମାଡ଼ କରିଛି ଇସ୍ରାଏଲ । ପାଲେଷ୍ଟାଇନ ପକ୍ଷରୁ ଯୋଗାଯାଉଥିବା ଯୋଗାଯୋଗ ସେବା ସମ୍ପୂର୍ଣ୍ଣ ଠପ୍ ହୋଇଛି । ଯୋଗାଯୋଗ ବ୍ୟାହତ ଯୋଗୁଁ ରେସକ୍ୟୁ ମିଶନରେ ବାଧା ସୃଷ୍ଟି ହୋଇଛି । ଏହି ଯୁଦ୍ଧ ଆରମ୍ଭ ହେବାଠାରୁ ୧୯ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି । ଇସ୍ରାଏଲର ୪୫୦ ଜଣ ଯବାନଙ୍କ ମୃତ୍ୟୁ ହୋଇଛି । ସେପଟେ ୬୦ ଘଣ୍ଟା ଧରି ଜେନିନରେ ଚାଲିଥିବା ଅପରେସନର ଅନ୍ତ ହୋଇଛି । ଇସ୍ରାଏଲର ଏହି ଅପରେସନରେ ୧୧ ଜଣ ପାଲେଷ୍ଟାଇନବାସୀଙ୍କ ମୃତ୍ୟୁ ହୋଇଛି ।