ସାଂଘାଇ ସହଯୋଗ ସଂଗଠନ (ଏସ୍ ସିଓ) ବୈଠକରେ ମଧ୍ୟ ଭାରତ ଅଂଶଗ୍ରହଣ କରିବ। ଏଥିପାଇଁ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ପାକିସ୍ତାନ ଯିବେ। ୧୦ ବର୍ଷ ପୂର୍ବରୁ ସୁଷମ ସ୍ଵରାଜ ପାକିସ୍ତାନ ଗ୍ରସ୍ତ ରେ ଯାଇଥିଲେ, ଏବେ ବୈଦେଶିକ ମନ୍ତ୍ରୀ ଭାବେ ଏସ୍ ଜୟଶଙ୍କର ପ୍ରଥମ ଥର ପାଇଁ ଇସଲାମାବାଦ ଗସ୍ତ ରେ ଯାଉଛନ୍ତି। ପଡ଼ୋଶୀ ଦେଶ ପାକିସ୍ତାନରେ ହେବାକୁ ଥିବା ଏସସିଓ ବୈଠକରେ ଭାରତ ଅଂଶଗ୍ରହଣ କରିବ କି ନାହିଁ ସେ ନେଇ ଦୀର୍ଘ ଦିନ ଧରି ଆଲୋଚନା ଚାଲିଥିଲା। ଶେଷରେ ଭାରତ ଏଥିରେ ଅଂଶଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛି। ଏସସିଓ ବୈଠକରେ ଜୟଶଙ୍କର ଭାରତର ପ୍ରତିନିଧିତ୍ୱ କରିବେ ବୋଲି ଶୁକ୍ରବାର ଦିନ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି|ଏସସିଓ ବୈଠକ ଅକ୍ଟୋବର ୧୫ରୁ ୧୬ ତାରିଖ ପର୍ଯ୍ୟନ୍ତ ପାକିସ୍ତାନରେ ଅନୁଷ୍ଠିତ ହେବ। ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ବୈଠକରେ ଚୀନ ଓ ରୁଷିଆ ଭଳି ଦେଶ ମଧ୍ୟ ଅଂଶଗ୍ରହଣ କରିବେ। ବୈଦେଶିକ ମନ୍ତ୍ରଣାଳୟ ଏହା ନିଶ୍ଚିତ କରିବା ସହ କହିଛି ଯେ ପାକିସ୍ତାନରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ବାକି କାର୍ଯ୍ୟକ୍ରମ କ’ଣ ହେବ, ପରେ ସୂଚନା ଦିଆଯିବ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Next Post