ମୋଦୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ମାଳଦ୍ବୀପର ୩ ମନ୍ତ୍ରୀ ନିଲମ୍ବିତ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ମାଳଦ୍ବୀପର ୩ ମନ୍ତ୍ରୀ ନିଲମ୍ବିତ । ନିଲମ୍ବିତ ହୋଇଥିବା ତିନି ମନ୍ତ୍ରୀ ହେଲେ ଯୁବ ସଶକ୍ତିକରଣ, ସୂଚନା ଓ କଳା ମନ୍ତ୍ରଣାଳୟ ମନ୍ତ୍ରୀ ମରିୟମ ଶିଆନା, ପରିବହନ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ମନ୍ତ୍ରୀ ହାସନ ଜିହାନ ଏବଂ ଯୁବ ସଶକ୍ତିକରଣ, ସୂଚନା ଏବଂ କଳା ମନ୍ତ୍ରଣାଳୟ ମନ୍ତ୍ରୀ ମାଲଶା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲାକ୍ଷାଦ୍ୱୀପ ଗସ୍ତ ସମୟରେ ଶେୟାର ହୋଇଥିବା କିଛି ଫଟୋ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ।