ଆଜି ବିଶ୍ବ ତମାଖୁମୁକ୍ତ ଦିବସ । ତମାଖୁ ସେବନର କୁପ୍ରଭାବରେ ହୃଦ୍ରୋଗ, ଶ୍ୱାସଜନିତ ରୋଗ, ମଧୁମେହ, ମସ୍ତିଷ୍କାଘାତ ଭଳି ବିଭିନ୍ନ ରୋଗ ହୋଇଥାଏ । ଚଳିତ ବର୍ଷର ବିଷୟବସ୍ତୁ ହେଉଛି ‘ତମାଖୁମୁକ୍ତ ଶୈଶବ’। ଏହାର ଅର୍ଥ, ଶିଶୁଙ୍କୁ ତମାଖୁଠାରୁ ଦୂରେଇ ରଖିବା। ତମାଖୁ ସେବନ ତଥା ଏହାର କାରବାରକୁ କମାଇବା ଏହାର ଲକ୍ଷ୍ୟ। ଗ୍ଲୋବାଲ ଆଡଲ୍ଟ ତମାଖୁ ସର୍ଭେ ତଥା ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେର ତଥ୍ୟ କହୁଛି, ୧୫ ବର୍ଷ ବା ତା’ଠାରୁ କମ୍ ବୟସର ଶିଶୁମାନେ ତମାଖୁ ସେବନ କରୁଛନ୍ତି। ଗ୍ଲୋବାଲ ଆଡଲ୍ଟ ତମାଖୁ ସର୍ଭେ-୨ ଅନୁଯାୟୀ ଓଡ଼ିଶାରେ ୫୫.୯ ପ୍ରତିଶତ ପୁରୁଷ ଓ ୨୨.୪ ପ୍ରତିଶତ ମହିଳା ତମାଖୁ ସେବନ କରୁଛନ୍ତି। ୯.୭ ପ୍ରତିଶତ ଲୋକ ଧୂମଯୁକ୍ତ ତମାଖୁ ସେବନ କରୁଥିବାବେଳେ ୩୪.୬ ଲୋକ ଧୂମହୀନ ତମାଖୁ ସେବନ କରୁଛନ୍ତି। ସର୍ଭେ ଅନୁଯାୟୀ, ସହରାଞ୍ଚଳଠାରୁ ଗ୍ରାମାଞ୍ଚଳରେ ତମାଖୁ ସେବନକାରୀଙ୍କ ସଂଖ୍ୟା ବଢିଚାଲିଛି।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Prev Post
Next Post