ପାକିସ୍ତାନରେ ଇମ୍ରାନ ଖାନଙ୍କୁ ଜେଲ ପଠାଇବା ପାଇଁ ଚାଲିଛି କସରତ । ସେଠାକାର ସରକାର ତାଙ୍କ ନାମରେ ଆତଙ୍କବାଦ ବିରୋଧୀ ମାମଲା ମଧ୍ୟ ଦାୟର କରିଛନ୍ତି । ତାଙ୍କ ଅଭିଭାଷଣ ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ତାଙ୍କ ଦଳର ନେତା ଗିରଫ ହେବା ପରେ ଇମ୍ରାନ ଖାନ ମହିଳା ବିଚାରପତି ଏବଂ ପୋଲିସ ଅଧିକାରୀଙ୍କୁ ଖୋଲାଖୋଲି ଧମକ ଦେଇଥିଲେ। ଏଭଳି ଆକ୍ରମଣ ଧମକ ପାଇଁ ଗୁରୁତର ଦଫା ତାଙ୍କ ନାମରେ ଲାଗିଛି । ଶାହବାଜ ସରିଫ ସରକାର ଇମ୍ରାନଙ୍କ ବିରୋଧରେ ଆତଙ୍କବାଦ ବିରୋଧୀ ଆଇନ ଅନୁଯାୟୀ ଏଫଆଇଆର ଦାଖଲ କରିଛନ୍ତି। ଯଦି ଇମ୍ରାନ ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ଜେଲରେ ରହିପାରିବେ ବୋଲି ସେଠାକାର ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ