ଆଫଗାନିସ୍ତାନରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରେ ମାପ କରାଯାଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଏହି ଭୂକମ୍ପ ବିଷୟରେ ସୂଚନା ଦେଇଛି । ଆଜି ସକାଳ ୭.୩୫ ରେ ଏହି ଭୂକମ୍ପ ଘଟିଛି । ବର୍ତ୍ତମାନ ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇଥିବାର ଖବର ମିଳିନାହିଁ ।ତେବେ ଗୋଟିଏ ଦିନ ପୂର୍ବରୁ ଆଫଗାନିସ୍ତାନର ଫୌଜାବାଦରେ ୪.୪ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଥିଲା । ଫୌଜାବାଦର ପ୍ରାୟ ୧୮୦ କିଲୋମିଟର ଦକ୍ଷିଣ-ପୂର୍ବରେ ଏହି ଭୂକମ୍ପ ଘଟିଛି । ଭୂକମ୍ପ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ବିବରଣୀ ଦିଆଯାଇ ନାହିଁ । ଅକ୍ଟୋବରରେ ଆଫଗାନିସ୍ତାନରେ ହୋଇଥିବା ଭୂକମ୍ପରେ ୪,୦୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା । ୨ ହଜାରରୁ ଅଧିକ ଘର ନଷ୍ଟ ହୋଇଯାଇଥିଲା ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post