ଆଜି ଇଣ୍ଡୋନେସିଆର ତିମୋର ଦ୍ୱିପରେ ଭୂମିକମ୍ପ ହୋଇଥିଲା। ୬.୧ ତୀବ୍ରତାସମ୍ପନ୍ନ ଭୂମିକମ୍ପ ହେବାରୁ କେତେକ କୋଠାବାଡ଼ି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଲୋକମାନେ ଭୟଭୀତ ହୋଇଯାଇଥିବା କଥା ବିଭିନ୍ନ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। କିନ୍ତୁ, ଏହି ଭୂମିକମ୍ପ ଯୋଗୁଁ କେହି ମୃତାହତ ହୋଇଥିବାର ଖବର ତୁରନ୍ତ ମିଳି ପାରିନାହିଁ। ‘ୟୁଏସ୍ ଜିଓଲୋଜିକାଲ୍ ସର୍ଭେ’ ରିପୋର୍ଟ କରିଛି, ଇଷ୍ଟ୍ ନୁସା ତେଙ୍ଗାରା ପ୍ରଦେଶର ରାଜଧାନୀ ନଗରୀ କୁପାଙ୍ଗ୍ର ଉତ୍ତର-ଉତ୍ତରପୂର୍ବକୁ ୨୧ କିଲୋମିଟର୍ ଦୂର ଏବଂ ଭୂଗର୍ଭର ୩୬.୧ ଗଭୀର ହେଉଛି ଉକ୍ତ ଭୂମିକମ୍ପର ଉତ୍ପତ୍ତିସ୍ଥଳ।
ଇଣ୍ଡୋନେସିଆର ‘ମିଟେରୋଲୋଜି, କ୍ଲାଇମାଟୋଲୋଜି ଓ ଜିଓଫିଜିକାଲ୍ ଏଜେନ୍ସି’ରେ ଥିବା ‘ଭୂମିକମ୍ପ ଓ ସୁନାମି କେନ୍ଦ୍ର’ର ମୁଖ୍ୟ ଡେରିୟୋନୋ କହିଛନ୍ତି, ସ୍ଥଳଭାଗରେ ଏହି ଭୂମିକମ୍ପ ସଙ୍ଘଠିତ ହୋଇଥିବାରୁ କେତେକ ସହର ଓ ଗ୍ରାମରେ ତୀବ୍ର କମ୍ପନ ଅନୁଭୂତ ହୋଇଥିଲା।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post
Next Post