ହମାସ ପରେ ଏବେ ଇସ୍ରାଏଲ ଟାର୍ଗେଟରେ ହିଜବୁଲ୍ଲା । ଇସ୍ରାଏଲ ପଡୋଶୀ ଲେବାନନରେ ସକ୍ରିୟ ଆତଙ୍କୀ ସଂଗଠନ ହିଜବୁଲ୍ଲାର ଏକାଧିକ ଶିବିର ଉପରେ ଆକ୍ରମଣ କରିଛି ଇସ୍ରାଏଲ। ହମାସ ଆତଙ୍କୀ ଇସ୍ରାଏଲ ସେନା ଉପରେ ରକେଟ୍ ହମଲା କରିବା ପରେ ଇସ୍ରାଏଲ ପାଲଟା ହମଲା କରିଛି । ହିଜବୁଲ୍ଲା ଆତଙ୍କୀ ହମଲାରେ ଇସ୍ରାଏଲ ସେନାର ଦୁଇ ଯବାନ ଆହତ ହୋଇଛନ୍ତି । ହିଜବୁଲ୍ଲାକୁ କଡ଼ା ଶବ୍ଦରେ ଚେତାବନୀ ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଂଜାମିନ ନେତନ୍ୟାହୁ। ସୀମା ଉଲ୍ଲଂଘନ କଲେ ଗାଜା ସମଦଶା ଭୋଗିବ ବୋଲି ଚେତାଇ ଦେଇଛନ୍ତି ନେତନ୍ୟାହୁ।ସେପଟେ ଗାଜା-ଇସ୍ରାଏଲ ମଧ୍ୟରେ ୨ ମାସରୁ ଅଧିକ ହେଲାଣି ଲାଗି ରହିଛି ସଂଘର୍ଷ । ମାନବୀୟ ସହାୟତା ଜାରି ରଖିବା ଉପରେ ଜାତିସଂଘ ମହାସଚିବ ଗୁରୁତ୍ୱ ଦେଇଛନ୍ତି । ଗାଜାର ୮୦ ପ୍ରତିଶତରୁ ଅଧିକ ନାଗରିକ ଦକ୍ଷିଣ ଗାଜାକୁ ପଳାୟନ କରିଛନ୍ତି । ଟେଲିକମ ସେବା ବାଧାପ୍ରାପ୍ତ ହୋଇଛି । ଇଣ୍ଟରନେଟ ପୁରା ଠପ୍ ହୋଇଯାଇଛି। ଖାଦ୍ୟ, ପାଣି ଓ ଔଷଧ ବଣ୍ଟନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଯୁଦ୍ଧକୁ ଦୁଇ ମାସ ବିତିଥିବାବେଳେ ଗାଜାରେ ଲୋକେ ନାନା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀର ଘୋର ଅଭାବ ରହିଛି। ଇସ୍ରାଏଲର କରିମ ଶାଲମ ସୀମାରେ ମାନବୀୟ ସହାୟତା ପଠାଇବାକୁ କହିଛି ଜାତିସଂଘ। ଖୁବଶୀଘ୍ର ଏହି ସୀମାକୁ ଖୋଲାଯିବ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Next Post