ଇସ୍ରାଏଲ-ହମାସ ଘମାଘୋଟ ଲଢେଇ ଆଜିକୁ ୧୦ ଦିନ ବିତିଲାଣି । ସମାଧାନର ନା ନାଉନଥିବା ବେଳେ ଇସ୍ରାଏଲ ଯିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଆସନ୍ତାକାଲି ବାଇଡେନ୍ ତେଲଅବିବ ଗସ୍ତ କରିବେ । ଇସ୍ରାଏଲ ସହ ଆମେରିକାର ଏକତାକୁ ନିଶ୍ଚିତ କରିବାକୁ ରାଷ୍ଟ୍ରପତି ବାଇଡେନ ତେଲ ଅଭିବ ଗସ୍ତ କରିବେ । ପୂର୍ବରୁ ଫୋନ୍ ଯୋଗେ ବାଇଡେନ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ ସେଠିକାର ସ୍ଥିତି ବିଷୟରେ ଆଲୋଚନା କରିଛନ୍ତି । ଗାଜା ଉପରେ ଆକ୍ରମଣ କରିବା ଭୁଲ ହେବ ବୋଲି ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି ବାଇଡେନ୍ ।ବୈଦେଶିକ ମନ୍ତ୍ରୀ ଆଣ୍ଟୋନୀ ବ୍ଲିଙ୍କେନ ଏନେଇ ସୂଚନା ଦେଇଛନ୍ତି । ଇସ୍ରାଏଲ-ହମାସ ଯୁଦ୍ଧ ଭିତରେ ଗାଜାରେ ଭୟଙ୍କର ପରିସ୍ଥିତି ଦେଖିବାକୁ ମିଳିଛି । ଧ୍ୱଂସ ସ୍ତୁପରେ ପରିଣତ ହୋଇଛି ଗାଜା ସହର । ହଜାର ହଜାର ସଂଖ୍ୟାରେ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ ହୋଇଛି । ଏବେ ଇସ୍ରାଏଲ ସେନାର ଚେତାବନୀ ଭିତରେ ଉତର ଗାଜା ଛାଡି ଦକ୍ଷିଣ ଗାଜାକୁ ଚାଲିଯିବାକୁ ବାଧ୍ୟ ହେଉଛନ୍ତି ଲୋକେ । ଅତିଆବଶ୍ୟକୀୟ ସାମଗ୍ରୀ ଧରି ପିଲାଛୁଆଙ୍କୁ ଧରି ପଳାଉଛନ୍ତି । ଉତର ଗାଜାରେ ଥିବା ଏବେ ବିଭିନ୍ନ ସ୍ଥାନରେ ଇସ୍ରାଏଲ ସେନା ସ୍ଥଳ ଅଭିଯାନ କରିବାକୁ ଯାଉଛି । ଫଳରେ ଦକ୍ଷିଣ ଇସ୍ରାଏଲ ଖାନ୍ ୟୁନିସ୍ ଓ ରଫାହ ଆଦି ସ୍ଥାନକୁ ଜୀବନ ବିକଳରେ ଚାଲିଯାଉଛନ୍ତି ଲୋକେ । ସେପଟେ ହମାସ ଇସ୍ରାଏଲ ଡିଫେନ୍ସ ଫୋର୍ସ ବା ଆଇଡିଏଫ୍ ସହ ଆହୁରି ଅଧିକ ଶକ୍ତି ସହ ମୁକାବିଲା କରିବାକୁ ଘୋଷଣା କରିଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post