କେନ୍ଦ୍ରୀୟ ଗାଜାପଟିରେ ଇସ୍ରାଏଲର ବିମାନ ଆକ୍ରମଣରେ ଅତି କମ୍ରେ ୪୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ ଜଣ ଆହତ ହୋଇଛନ୍ତି। ଗାଜାରେ ହମାସ ଦ୍ୱାରା ପରିଚାଳିତ ସରକାରଙ୍କ ମିଡିଆ କାର୍ଯ୍ୟାଳୟ ଏକ ପ୍ରେସ୍ ବିବୃତିରେ ଏହା କହିଛି। ପାଲେଷ୍ଟାଇନ୍ ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଇସ୍ରାଏଲର ବିମାନ ଗୁରୁବାର ଦେର୍ ଏଲ୍-ବାଲାହ ସହରର କେତେକ ଆବାସିକ ଘର ଉପରେ ବୋମାମାଡ଼ କରିଥିଲା, ଯେଉଁଥିରେ ସେଗୁଡ଼ିକ ସମ୍ପୂର୍ଣ୍ଣ ଧ୍ୱଂସ ପାଇଥିଲା। ହମାସ୍ ଦ୍ୱାରା ପରିଚାଳିତ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ କିଛି ମୃତକଙ୍କ ମୃତଦେହକୁ ଅଲ୍-ଆକ୍ସା ସହିଦ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଇସ୍ରାଏଲର ଆକ୍ରମଣରେ ଆଖପାଖ ଅଞ୍ଚଳ ଗୁରୁତର ଭାବେ କ୍ଷତିଗ୍ରସ୍ତ ହେବା ପରେ ଲୋକଙ୍କୁ ବଞ୍ଚାଇବା ପାଇଁ ଆମ୍ବୁଲାନ୍ସ ଓ ବେସାମରିକ ପ୍ରତିରକ୍ଷା ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ମେଡିକାଲ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅଲ-ଆକ୍ସା ସହିଦ ହସ୍ପିଟାଲରେ ଏବେ ହଜାର ହଜାର ଆହତ, ଅସୁସ୍ଥ ଓ ବିସ୍ଥାପିତ ଲୋକଙ୍କ ଭିଡ଼ ଜମିଛି।
Trending
- ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ
- ପାର୍ଟ ପ୍ଲଟ୍ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ,ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି
- ହାତୀବେଶରେ ଭକ୍ତଙ୍କୁ ଦର୍ଶଦ ଦେଇଛନ୍ତି ଶ୍ରୀଜିଉ
- ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ
- ସ୍ନାନ ପୂର୍ଣ୍ଣିମାରେ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା
- ଟ୍ରମ୍ପଙ୍କୁ ମାରିବାକୁ ଧମକ ଦେଲା ଅଲକାଏଦା ନେତା ସାଦ୍ ବିନ୍ ଆତିଫ୍
- ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
- ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ସ୍ନାନବେଦୀରେ ଶ୍ରୀଜିଉ
- ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, 3 ମୃତ
- ୧ ବର୍ଷ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post