କେନ୍ଦ୍ରୀୟ ଗାଜାପଟିରେ ଇସ୍ରାଏଲର ବିମାନ ଆକ୍ରମଣରେ ଅତି କମ୍ରେ ୪୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ ଜଣ ଆହତ ହୋଇଛନ୍ତି। ଗାଜାରେ ହମାସ ଦ୍ୱାରା ପରିଚାଳିତ ସରକାରଙ୍କ ମିଡିଆ କାର୍ଯ୍ୟାଳୟ ଏକ ପ୍ରେସ୍ ବିବୃତିରେ ଏହା କହିଛି। ପାଲେଷ୍ଟାଇନ୍ ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଇସ୍ରାଏଲର ବିମାନ ଗୁରୁବାର ଦେର୍ ଏଲ୍-ବାଲାହ ସହରର କେତେକ ଆବାସିକ ଘର ଉପରେ ବୋମାମାଡ଼ କରିଥିଲା, ଯେଉଁଥିରେ ସେଗୁଡ଼ିକ ସମ୍ପୂର୍ଣ୍ଣ ଧ୍ୱଂସ ପାଇଥିଲା। ହମାସ୍ ଦ୍ୱାରା ପରିଚାଳିତ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ କିଛି ମୃତକଙ୍କ ମୃତଦେହକୁ ଅଲ୍-ଆକ୍ସା ସହିଦ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଇସ୍ରାଏଲର ଆକ୍ରମଣରେ ଆଖପାଖ ଅଞ୍ଚଳ ଗୁରୁତର ଭାବେ କ୍ଷତିଗ୍ରସ୍ତ ହେବା ପରେ ଲୋକଙ୍କୁ ବଞ୍ଚାଇବା ପାଇଁ ଆମ୍ବୁଲାନ୍ସ ଓ ବେସାମରିକ ପ୍ରତିରକ୍ଷା ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ମେଡିକାଲ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅଲ-ଆକ୍ସା ସହିଦ ହସ୍ପିଟାଲରେ ଏବେ ହଜାର ହଜାର ଆହତ, ଅସୁସ୍ଥ ଓ ବିସ୍ଥାପିତ ଲୋକଙ୍କ ଭିଡ଼ ଜମିଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post