ନାଇଜେରିଆରୁ ଆସିଛି ଏକ ବଡ଼ ଖବର । ଏକ ଭୟଙ୍କର ହିଂସାକାଣ୍ଡ ଘଟି ଶତାଧିକ ଲୋକଙ୍କର ମୃତ୍ୟୁ ଘଟିଛି । ମଧ୍ୟ ନାଇଜେରିଆରେ ଘଟିଥିବା ଏହି ଘଟଣା ପଛର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରି ନଥିବା ବେଳେ କିଛି ଲୋକ ଅସ୍ତ୍ରଶସ୍ତ୍ର ସହିତ ଆକ୍ରମଣ କରିଥିବା କୁହାଯାଉଛି । ୨୪ ଓ ୨୫ ତାରିଖ ଦୁଇ ଦିନରେ ଏତେ ସଂଖ୍ୟକ ଲୋକଙ୍କୁ ହତ୍ୟା କରାଯାଇଥିବା କୁହାଯାଉଛି ।ତେବେ ଆକ୍ରମଣ ହୋଇଥିବା ଅଞ୍ଚଳ ଅତ୍ୟନ୍ତ ସମ୍ବେଦନଶୀଳ ଓ ଚାପଗ୍ରସ୍ତ ବୋଲି କୁହାଯାଉଛି । ସେଠାରେ ଅଧିକାଂଶ ସମୟରେ କୃଷକ ଓ ପଶୁପାଳକଙ୍କ ମଧ୍ୟରେ ବିବାଦ ଦେଖାଦେଇଥାଏ । ଏହି ଆକ୍ରମଣରେ ଶତାଧିକ ଲୋକଙ୍କର ଜୀବନ ଚାଲିଯାଇଥିବା ଜଣାପଡ଼ିଛି । ଏହି ଆକ୍ରମଣରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ କିଛି ମିଡ଼ିଆରେ ପ୍ରଥମେ ଖବର ପ୍ରସାରଣ କରାଯାଇଥିଲା । ମାତ୍ର ପରବର୍ତ୍ତୀ ସମୟରେ ଉକ୍ତ ମୃତ୍ୟୁ ସଂଖ୍ୟା ୧୬୦କୁ ବୃଦ୍ଧି ପାଇଥିଲା ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
Next Post