ଚେକ୍ ଗଣତନ୍ତ୍ରର ପ୍ରେଗ୍ସ୍ଥିତ ଏକ ବିଶ୍ବବିଦ୍ୟାଳୟରେ ଆଜି ବଡ଼ଧରଣର ଗୁଳିକାଣ୍ଡ ହୋଇଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ବ୍ୟକ୍ତି ଆହତ ହୋଇଛନ୍ତି। କେନ୍ଦ୍ରୀୟ ପ୍ରେଗ୍ସ୍ଥିତ ଚାର୍ଲସ ବିଶ୍ବବିଦ୍ୟାଳୟ କୋଠାରେ ପଶି ଜଣେ ବ୍ୟକ୍ତି ଆଖିବୁଜା ଗୁଳିଚାଳନା କରିବା ଫଳରେ ଏଭଳି ସ୍ଥିତି ଉପୁଜିଛି। ତେବେ ଆକ୍ରମଣକାରୀକୁ ପୁଲିସ ନିପାତ କରିଥିବା ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ୍ କରିଛି। ସଂପ୍ରତି କୋଠାରୁ ଲୋକମାନଙ୍କୁ ବାହାର କରାଯାଉଛି। ଘଟଣାସ୍ଥଳରେ ଅନେକ ମୃତ ଓ ଆହତ ବ୍ୟକ୍ତି ଅଛନ୍ତି ବୋଲି ପୁଲିସ ସୂଚନା ଦେଇଛି। ୩ ଡଜନରୁ ଅଧିକ ଲୋକ ଏଥିରେ ଆହତ ହୋଇଛନ୍ତି। ୧୦ ଜଣ ଗୁରୁତର ଆହତଙ୍କୁ ପୁଲିସ ସେଠାରୁ ଉଦ୍ଧାର କରିଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି