ଆମେରିକା ସଂସଦ କଂଗ୍ରେସର ନିମ୍ନ ସଦନ ତଥା ପ୍ରତିନିଧି ସଭାର ମଙ୍ଗଳବାର ମ୍ୟାକାର୍ଥୀଙ୍କୁ ବାଚସ୍ପତି ପଦରୁ ହଟାଇବା ସପକ୍ଷରେ ମତ ଦେଇଛନ୍ତି। ଆମେରିକାର ଇତିହାସରେ ପ୍ରଥମ ଥର ପାଇଁ ଏହି ପ୍ରକାର ମତଦାନ ହୋଇଛି। ଏଥି ସହିତ, ବାଚସ୍ପତିଙ୍କୁ ଭୋଟ ମାଧ୍ୟମରେ ପଦବୀରୁ ହଟାଇବା ହେଉଛି ପ୍ରଥମ ଘଟଣା।ମ୍ୟାକାର୍ଥୀ ମୋଟ ୨୬୯ ଦିନ ହାଉସ ବାଚସ୍ପତି ଭାବରେ କାର୍ଯ୍ୟ କରିଛନ୍ତି। ଜାନୁଆରୀ ୭, ୨୦୨୩ରେ ମ୍ୟାକାର୍ଥୀ ବାଚସ୍ପତି ଭାବରେ ନିର୍ବାଚିତ ହୋଇଥିଲେ ଏବଂ ମଙ୍ଗଳବାର ତାଙ୍କୁ ଏହି ପଦରୁ ବହିଷ୍କାର କରାଯାଇଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଗୃହକୁ ବର୍ତ୍ତମାନ ଏକ ନୂତନ ବାଚସ୍ପତି ଚୟନ କରିବାକୁ ପଡ଼ିବ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ