ଇସଲାମାବାଦ: ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ)ର ସରକାର ମୁଖ୍ୟମାନଙ୍କ ପରିଷଦ (ସିଏଚ୍ଜି)ର ୨୩ତମ ବୈଠକ ଆଜିଠାରୁ ଆରମ୍ଭ ହୋଇଛି। ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଏହି ବୈଠକରେ ସାମିଲ ହେବାପାଇଁ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଇସଲାମାବାଦ ପହଞ୍ଚିବା ପରେ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନୁଷ୍ଠିତ ହେଉଛି। ସୁରକ୍ଷା ଦୃଷ୍ଟିରୁ ଉଭୟ ଇସଲାମାବାଦ ଓ ଏହାର ପଡ଼ୋଶୀ ସହର ରାୱଲପିଣ୍ଡିର ପ୍ରମୁଖ ମାର୍ଗ ଓ ବ୍ୟବସାୟ କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। କଶ୍ମୀର ପ୍ରସଙ୍ଗ ଓ ସୀମାପାର ଆତଙ୍କବାଦକୁ ନେଇ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ରହିଥିବା ବେଳେ ପାଖାପାଖି ୯ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କୌଣସି ଭାରତୀୟ ବୈଦେଶିକ ମନ୍ତ୍ରୀ ପାକିସ୍ତାନ ଗସ୍ତରେ ଆସିଛନ୍ତି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ