ଲିବ୍ୟା ସମୁଦ୍ରରେ ବଡ ଦୁର୍ଘଟଣା । ମଝି ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କୁ ନେଇ ଆସୁଥିବା ଜାହାଜ । ଫଳରେ ଏହି ଦୁର୍ଘଟଣାରେ ୬୧ ଜଣ ଶରଣାର୍ଥୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାସ୍ଥଳରୁ ପ୍ରାୟ ୨୫ଜଣ ଲୋକଙ୍କୁ ଉଦ୍ଧାର କରାଯାଇ ଲିବ୍ୟାସ୍ଥିତ ଅଟକ କେନ୍ଦ୍ରକୁ ପଠାଯାଇଛି । ଉଦ୍ଧାର କରାଯାଇଥିବା ଲୋକମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ଖବର ମୁତାବକ, ଏହି ଜାହାଜରେ ୮୬ରୁ ଅଧିକ ଲୋକ ଥିଲେ । ଯେଉଁଥିରେ ମହିଳା ଓ ଶିଶୁ ମଧ୍ୟ ସାମିଲ ଥିଲେ । ତେବେ ଜାହାଜ ଦୁର୍ଘଟଣାଗ୍ରସ୍ତ ହେବାରୁ ମହିଳା ଓ ଶିଶୁଙ୍କ ସମେତ ୬୧ଜଣ ଶରଣାର୍ଥୀ ବୁଡି ମୃତ୍ୟୁବରଣ କରିଛନ୍ତି । ଜାହାଜ ଦୁର୍ଘଟଣାରେ ବୁଡ଼ିଯାଇଥିବା ଅଧିକାଂଶ ଲୋକମାନେ ନାଇଜେରିଆ, ଟାମ୍ବିଆ ଓ ଅନ୍ୟାନ୍ୟ ଆଫ୍ରିକୀୟ ଦେଶର ବାସିନ୍ଦା ବୋଲି ଆଇଓଏମ୍ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
Prev Post