ଆସନ୍ତା ଜାନୁଆରି ୨୬ ତାରିଖରେ ନୂଆଦିଲ୍ଲୀରେ ହେବାକୁ ଥିବା ଭାରତର ସାଧାରଣତନ୍ତ୍ର ଦିବସ ସମାରୋହରେ ଅତିଥି ହେବାପାଇଁ ଆମେରିକା ରାଷ୍ଟ୍ରପତି ଜୋ’ ବାଇଡେନଙ୍କୁ ନିମନ୍ତ୍ରଣ କରାଯାଇଛି ବୋଲି ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ଏରିକ୍ ଗାର୍ସେଟି ବୁଧବାର ପ୍ରକାଶ କରିଛନ୍ତି। ନିକଟରେ ଶେଷ ହୋଇଥିବା ଜି-୨୦ ଶିଖର ସମ୍ମିଳନୀରେ ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ବାଇଡେନଙ୍କୁ ନିମନ୍ତ୍ରଣ କରିଥିବା ନେଇ ଗାର୍ସେଟି କହିଛନ୍ତି। ଏଠାରେ କହିରଖୁଛୁ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଶିଖର ସମ୍ମଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଜୋ’ ବାଇଡେନ୍ଙ୍କୁ ଭାରତରେ ସ୍ୱାଗତ କରିବା ସହ ଭାରତ ଓ ଆମେରିକା ମଧ୍ୟରେ ଘନିଷ୍ଠ ଏବଂ ସ୍ଥାୟୀ ଭାଗିଦାରୀକୁ ଦୋହରାଇଥିଲେ। ଏଥିସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଐତିହାସିକ, ଜୁନ୍ ୨୦୨୩ ଓ୍ଵାଶିଂଟନ ଗସ୍ତର ମୂଳ ସଫଳତାକୁ କାର୍ଯ୍ୟକାରୀ କରିବା ଦିଗରେ ହୋଇଥିବା ଯଥେଷ୍ଟ ଅଗ୍ରଗତି ପାଇଁ ରାଷ୍ଟ୍ରପତି ବାଇଡେନ୍ଙ୍କୁ ପ୍ରଶଂସା କରିଥିଲେ ପ୍ରଧାନମନ୍ତ୍ରୀ ମୋଦୀ।ଏହି ଅବସରରେ ବିଶ୍ୱାସ ଏବଂ ପାରସ୍ପରିକ ବୁଝାମଣା ଆଧାରରେ ଦୁଇଦେଶର ବହୁମୁଖୀ ବୈଶ୍ୱିକ ଏଜେଣ୍ଡାର ସମସ୍ତ ଦିଗରେ ଭାରତ-ଆମେରିକା ରଣନୈତିକ ଭାଗିଦାରୀକୁ ପରିବର୍ତ୍ତନ କରିବା କାର୍ଯ୍ୟ ଜାରି ରଖିବାକୁ ଦୁଇ ନେତା ସହମତ ହୋଇଥିଲେ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ