ରବିବାର ସକାଳେ ତୁର୍କୀ ସମର୍ଥକ ବାହିନୀ ଦ୍ୱାରା ଦଖଲ ହୋଇଥିବା ଉତ୍ତର ସିରିଆର ଏକ ବଜାରରେ କାର୍ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଉପସ୍ଥିତ ଥିବା ଜଣେ ଯୁଦ୍ଧ ମନିଟର ଏହି ସୂଚନା ଦେଇଛନ୍ତି।
ମାନବ ଅଧିକାର ପାଇଁ ସିରିଆର ଅବଜରଭେଟୋରୀ କହିଛି ଯେ ଆଲେପ୍ପୋ ପ୍ରଦେଶର ଆଜାଜର ଏକ ଜନଗହଳିପୂର୍ଣ୍ଣ ବଜାରର କେନ୍ଦ୍ର ସ୍ଥଳରେ ଏକ କାର ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୩ ଜଣ ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି।
ସିରିଆରେ ନେଟୱାର୍କ ଥିବା ବ୍ରିଟେନ ସ୍ଥିତ ଅବଜରଭେଟୋରୀ ,ସମ୍ପର୍କରେ ସୂଚନା ଦେଇଛି। ବିସ୍ଫୋରଣ ସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଆମ୍ବୁଲାନ୍ସ ଏବଂ ଉଦ୍ଧାରକାରୀ ଦଳଙ୍କୁ ନିୟୋଜିତ କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post