ଇସ୍ରାଏଲ ସୋମବାର ସିରିଆରେ ମିଶାଇଲ ମାଡ଼ କରିବାରୁ ୧୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉତ୍ତର ପଶ୍ଚିମ ସିରିଆର ମସ୍ୟାଫ୍ ସହରର ଏକ ରିସର୍ଚ୍ଚ ସେଣ୍ଟରକୁ ଟାର୍ଗେଟ କରି ଇସ୍ରାଏଲ ମିଶାଇଲ ମାଡ଼ କରିଥିଲା। ସେହିପରି ବିଭିନ୍ନ ଆବାସିକ ସ୍ଥଳକୁ ଟାର୍ଗେଟ କରି ଇସ୍ରାଏଲ ମିଶାଇଲ ମାଡ଼ କରିଥିଲା। ଆକ୍ରମଣରେ କେନ୍ଦ୍ରୀୟ ସିରିଆର ଅନେକ ଅଞ୍ଚଳ ପ୍ରଭାବିତ ହୋଇଥିବାବେଳେ ହମା ପ୍ରଦେଶର ଏକ ରାଜପଥ କ୍ଷତିଗ୍ରସ୍ତ ହୋଇଛି। ଗାଜାରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ସିରିଆ ଉପରେ ଇସ୍ରାଏଲର ଏହା ସବୁଠାରୁ ବଡ଼ ଆକ୍ରମଣ। ଇସ୍ରାଏଲ ନିୟମିତ ଭାବେ ସିରିଆରେ ଥିବା ଇରାନୀୟ ସାମରିକ ସ୍ଥାନ ଏବଂ ହେଜ୍ବୋଲ୍ଲା ସହ ଜଡ଼ିତ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଆସୁଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post